www.samajalive.in
Saturday, December 6, 2025
15.1 C
Bhubaneswar

ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜାତୀୟ ଟିକାକରଣ ଦିବସ

ବାଙ୍କୀ: ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମ୍ମିଳନୀ ପ୍ରକୋଷ୍ଠରେ ଜାତୀୟ ଟିକାକରଣ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧ୍ୟିକ୍ଷିକା ପୁଷ୍ପଲତା ମହାପାତ୍ର ଆନୁଷ୍ଠାନିକ ଭାବରେ ଉଦ୍ଦ୍‍ଘାଟନ କରି ଜାତୀୟ ଟିକାକରଣ ଦିବସ ପାଳନର ଅନୁଚିନ୍ତା ପ୍ରଦାନ କରି ସମସ୍ତ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଏ.ଏନ.ଏମ ମାନଙ୍କର ଟିକାକରଣ ପରିଚାଳନାର ସଫଳତାର ଶ୍ରେୟ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବରେ କାର୍ଯ୍ୟକ୍ରମ ଅଧିକାରୀ ଅପର୍ଣ୍ଣା ମହାପାତ୍ର,ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ ଶାନ୍ତିଲତା ଦେଇ, ଦୁସାସନ ବେହେରା, କାର୍ଯ୍ୟକ୍ରମ ଡାକ୍ତର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀମାନେ ଉପସ୍ଥିତ ରହିଥିଲେ। ଟିକାକରଣ କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବାକୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଆହ୍ୱାନ ଦେବା ସହିତ ସ୍ୱାସ୍ଥ୍ୟକର୍ମୀ ଓ ଆଶାକର୍ମୀଙ୍କୁ କାର୍ଯ୍ୟକ୍ରମ ପାଇଁ ଗୁରୁତ୍ୱ ପ୍ରଦାନ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories