www.samajalive.in
Friday, December 5, 2025
20.1 C
Bhubaneswar

ବାଙ୍କୀରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି

ବାଙ୍କୀ : ବୁଧବାର ଦିନ ସକାଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଙ୍କୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ମହାତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସାମ୍ବାଦିକ ଗୌରାଙ୍ଗ ବେହେରାଙ୍କ ପରିଚାଳନାରେ ସଞ୍ଚାଳିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ୩୮ନଂ ଜୋନ୍ ଜିଲ୍ଲା ପରିଷଦ ସଦସ୍ୟ ମୀନତି ମହାପାତ୍ର, ସମ୍ମାନୀତ ଅତିଥି ଭାବରେ ବାଙ୍କୀ ଏନ୍ଏସି ଉପାଧ୍ୟକ୍ଷ ଓକିଲ ସନ୍ତୋଷ ରଣା, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ୍ ପୂର୍ବତନ ସଭାପତି ତଥା ପ୍ରେସ୍ କ୍ଲବ୍ ସମ୍ପାଦକ ସୁବାସ ପାଢ଼ୀ, ଅଧ୍ୟାପକ ମନୋଜ ମହାପାତ୍ର ପ୍ରମୁଖ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରି ମହାନ୍ ସେବକଙ୍କ ସମ୍ପର୍କରେ ଆଲୋକପାତ କରିଛନ୍ତି। ପ୍ରେସ୍ କ୍ଲବ୍ ସଭାପତି ସାମ୍ବାଦିକ ବଳଭଦ୍ର ପଣ୍ଡା, ପ୍ରେସ୍ କ୍ଲବ୍ ଉପସଭାପତି ସମରେନ୍ଦ୍ର ମହାପାତ୍ର, ବିଭୁପ୍ରସାଦ ସାମଲ, ଗୌତମ ମିଶ୍ର, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାଳୀପ୍ରସାଦ ତ୍ରିପାଠୀ, କାଉନ୍ସିଲର୍ ସନାତନ ବେହେରା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ସେହିପରି ବାଙ୍କୀର ବହୁ ଶିକ୍ଷାନୁଷ୍ଠାନ ଓ ଯୁବ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories