www.samajalive.in
Monday, December 8, 2025
14.1 C
Bhubaneswar

ପାଣିକରୋଡ ଉପ୍ରା ବିଦ୍ୟାଳୟରେ ନିରାପତ୍ତା ସପ୍ତାହ ପାଳିତ

ବାଙ୍କୀ: ଜୁଲାଇ ୪ ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟରେ ନିରାପତ୍ତା ସପ୍ତାହ ପାଳନ ଅବସରରେ ପାଣିକରୋଡ ଉପ୍ରା ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଶୁକ୍ରବାର ଦିନ ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ବଳରାମ ମୁଦୁଲିଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କର ନିରାପତ୍ତା, ସୁରକ୍ଷିତ ଅଧ୍ୟୟନ ଓ ସୁସ୍ଥ ପରିବେଶ ପାଇଁ ଏକ ଆଲୋଚନା ହୋଇଯାଇଛି । ସରକାରଙ୍କ ଦ୍ୱାରା ପ୍ରଦତ୍ତ ହୋଇଥିବା ବହୁ ପ୍ରକାରର ନିରାପତ୍ତା ସମ୍ପର୍କିତ ଚିତ୍ର ଓ ବ୍ୟାନର ପ୍ରଦର୍ଶନ କରାଯାଇ ଛାତ୍ରଛାତ୍ରୀ ମାନଙ୍କୁ ଏ ସମ୍ପର୍କରେ ସଚେତନ କରାଯାଇଛି । ବରିଷ୍ଠ ଶିକ୍ଷକ ନରୋତ୍ତମ ବେହେରା, ଅକ୍ଷୟ କୁମାର ବେହେରା, ଶିବପ୍ରସାଦ ବେହେରା, ତରୁଲତା ସେଠୀ, ଗୀତା ପରିଡା, ଯାଜ୍ଞସିନୀ ମହାନ୍ତି ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories