www.samajalive.in
Wednesday, December 10, 2025
16.1 C
Bhubaneswar

ଡମପଡା ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର

ବାଙ୍କୀ: ସୋମବାର ଡମପଡା ବ୍ଲକ ସମ୍ମିଳନୀ ପ୍ରକୋଷ୍ଠରେ କଟକ ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ବିଭିନ୍ନ ପ୍ରକାରର ୧୧୬ଟି ଅଭିଯୋଗର ଶୁଣାଣି ହୋଇଥିଲା ଏବଂ ସମସ୍ତ ଅଭିଯୋଗର ତ୍ୱାରିତ ସମାଧାନ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଉପସ୍ଥିତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଶିବିରରେ ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା , କୃଷି, ରାଜସ୍ୱ, ସ୍ୱାସ୍ଥ୍ୟ, ଶିକ୍ଷା, ଯୋଗାଣ ଓ ଖାଦ୍ୟ ସୁରକ୍ଷା ସମ୍ପର୍କିତ ଶୁଣାଣି କରାଯାଇଛି। ଅତିରିକ୍ତ ଜିଲାପାଳ ବିଜୟକୁମାର ଖଣ୍ଡାୟତରାୟ, ପ୍ରକଳ୍ପ ନିର୍ଦେଶକ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅମ୍ବର କୁମାର କର, ବାଙ୍କୀ ଉପଜିଲାପାଳ ରଞ୍ଜନ କୁମାର ଜେନା, ଡମପଡା ବିଡିଓ ଶ୍ୟାମଳ କୁମାର ରାୟ, ଡମପଡା ତହସିଲଦାର କ୍ଷୀତିସ ବେହେରା, ବାଙ୍କୀ ତହସିଲଦାର ସତ୍ୟରଞ୍ଜନ ପଣ୍ଡା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାସୁଦେବ ସ୍ୱାଇଁ, ଜିଲା ଶିକ୍ଷାଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, ଜିଲା ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ଛୋଟରାୟ, ଜିଲା ପରିଷଦ ସଭ୍ୟ ଆଶିଷ କୁମାର ସାହୁ, ମୀନତି ମହାପାତ୍ର, ଡମପଡା ବ୍ଲକ ଅଧ୍ୟକ୍ଷ ପ୍ରଣବ କିଶୋର ପଟ୍ଟେଲ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାଳୀଚରଣ ତ୍ରିପାଠୀଙ୍କ ସମେତ ଡମପଡା ବ୍ଲକ ଅନ୍ତର୍ଗତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories