www.samajalive.in
Saturday, December 13, 2025
23.1 C
Bhubaneswar

ଗୋ ମାତାର ସୁରକ୍ଷା ପାଇଁ ଆହ୍ବାନ

ବାଙ୍କୀ: ସୋମବାର ପୂର୍ବାହ୍ନରେ ବାଙ୍କୀ ବ୍ଲକ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଫୁଲବାଡି ଗ୍ରାମରେ କଟକ ଜିଲା ସ୍ତରୀୟ ୭୦ତମ ଗୋ-ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଗୋ ମାତା ପୂଜା ଓ ପାରମ୍ପରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ ଗୋ ମାତାର ସୁରକ୍ଷା କରାଯିବା ନେଇ ଆହ୍ବାନ ଦିଆଯାଇଥିଲା। ଆଲୋକପାତ କରି ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ, ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକ, ଜିଲା ପରିଷଦ ସଦସ୍ୟ ମାନସ କୁମାର ମହାପାତ୍ର, ତ୍ରିଲୋଚନ ରାଉତ, ପ୍ରଣବ କିଶୋର ପଟ୍ଟେଲ, ପୁଷ୍ପାଞ୍ଜଳୀ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ମଧୁସୂଦନ ସୁବୁଦ୍ଧି ସ୍ୱାଗତ ଭାଷଣ ଦେଇଥିବା ସମୟରେ ଡାକ୍ତର କୃଷ୍ଣକେଶବ ଷଡଙ୍ଗୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories