www.samajalive.in
Monday, December 8, 2025
20.1 C
Bhubaneswar

ବାରବାଟୀରେ ହୋଇପାରେ ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ମ୍ୟାଚ୍!

କଟକ : ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୨୨ ତାରିଖରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁଥିବା ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ହେବାର ଆଶା ଉଜ୍ଜୀବିତ ହୋଇଛି। ଏନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ବୁଧବାର ସୂଚନା ଦେଇଛନ୍ତି।

ବତ୍ୟା ଫନି ଯୋଗୁ ଷ୍ଟାଡିୟମ କ୍ଷତିଗ୍ରସ୍ତ ହୋଇ ପଡ଼ି ରହିଛି । ବିସିସିଆଇର ଆର୍ଥିକ ସହାୟତା ମିଳିବାପରେ ଷ୍ଟାଡିୟମର ମରାମତି କାମ ଆରମ୍ଭ ହେବ। ଏନେଇ ବିସିସିଆଇ  କର୍ତ୍ତୁପକ୍ଷଙ୍କୁ ଅବଗତ କରାଯାଇଥିଲା । ଷ୍ଟାଡ଼ିୟମର ପୂର୍ଣ୍ଣ ମରାମତିପରେ ମ୍ୟାଚ୍ ହୋଇପାରିବ ବୋଲି ପୂର୍ବରୁ  ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଥିଲେ।

- Advertisement -

ଓ୍ଵେଷ୍ଟଇଣ୍ଡିଜ୍ ଗସ୍ତର କ୍ରୀଡାସୂଚୀ 

ଚଳିତ ବର୍ଷ ଡିସେମ୍ବର ମାସରେ ୱେଷ୍ଟଇଣ୍ଡିଜ୍ ଭାରତ ଗସ୍ତରେ ଆସିବ। ଏହି ଗସ୍ତରେ ଦୁଇ ଦଳ ମଧ୍ୟରେ ତିନୋଟି ଟ୍ବେଣ୍ଟି-୨୦ ଓ ତିନୋଟି ଏକଦିବସୀୟ ମ୍ୟାଚ୍ ଖେଳାଯିବ। ପ୍ରଥମ ତିନିମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ସିରିଜ୍ ଡିସେମ୍ବର ୬ରୁ ୧୧ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏହା ପରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଡିସେମ୍ବର ୧୫ରେ ଚେନ୍ନାଇରେ ଖେଳାଯିବ। ଡିସେମ୍ବର ୧୮ରେ ଦ୍ୱିତୀୟ ମ୍ୟାଚ୍ ଭାଇଜାଗ ଏବଂ ୨୨ ତାରିଖରେ ତୃତୀୟ ମ୍ୟାଚ୍ କଟକରେ ଖେଳାଯିବ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories