www.samajalive.in
Saturday, December 6, 2025
16.1 C
Bhubaneswar

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ପଦ୍ମପୁର: ପାରିବାରିକ କଳହର କରୁଣ ପରିଣତି । ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଡୁଙ୍ଗୁରିପାଲି ଗାଁରେ । ସୂଚନା ଅନୁସାରେ ଡୁଙ୍ଗୁରିପାଲି ଗାଁର ଧନଞ୍ଜୟ ଅଜଗର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟ ଝଗଡା ହେଉଥିଲା । ଫଳରେ ମାଙ୍କୁ ମାମୁଁ ଘରକୁ ପଠାଇ ଦେଇଥିଲା ବଡ ପୁଅ । ଏଥିରେ ଉତକ୍ଷିପ୍ତ ହୋଇ ବାପା ପୁଅ ବିଦ୍ୟାଧରକୁ ଗାଳିଗୁଲଜ କରିବାରୁ ଦୁହିଁଙ୍କ ମଧ୍ୟରେ ମତାନ୍ତର ଉଗ୍ର ରୂପ ନେଇଥିଲା । ଏହି ସମୟରେ ପୁଅ ବାପାଙ୍କ ଉପରକୁ ଟାଙ୍ଗିଆରେ ଆକ୍ରମଣ କରିବାରୁ ଗୁରୁତର ହୋଇଥିଲେ ବାପା । ସାଙ୍ଗେ ସାଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ହେଲେ ସେଠାରେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ବୁର୍ଲା ମେଡିକାକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ବାପା ଧନଞ୍ଜୟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories