www.samajalive.in
Saturday, December 6, 2025
19.1 C
Bhubaneswar

ବାପା ଗଲାପରେ…ଉଜୁଡି ଗଲା ପରିବାର

ଡେସ୍କ: ଜଣଙ୍କ ପରେ ଜଣେ ମେଡିକାଲରେ ଜୀବନ ସହ ସଂଗ୍ରାମ କଲେ କିନ୍ତୁ ବିଧିର ବିଧାନ କିଛି ଅଲଗା ଥିଲା। ଆରପାରିକୁ ଚାଲିଗଲେ ଗୋଟିଏ ପରିବାରର ୩ ସଦସ୍ୟ। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ସୋହେଲା ସ୍ଥିତ ମାଷ୍ଟରପଡାରେ।

ସୂଚନା ଅନୁଯାୟୀ, ଗତ ୬ ତାରିଖ ଦିନ ଘରର ମୁଖିଆ ଅର୍ଜୁନ ସାହୁଙ୍କ ମୃତ୍ୟୁ ଘଟିଥିଲା। ସେ ବହୁ ଦିନ ହେବ ରୋଗଗ୍ରସ୍ତ ଥିଲେ। ଅର୍ଜୁନଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ କୁମୁଦିନୀ ସାହୁ, ପୁଅ ବଂଶୀଧର ସାହୁ ଓ ଝିଅ ସୁବର୍ଣ୍ଣ ମହାଜନ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ସେମାନେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗତକାଲି ମା ଓ ଦୁଇ ପୁଅ ଝିଅ କୀଟନାଶକ ପିଇଥିଲେ।

- Advertisement -

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଘର କବାଟ ଭାଙ୍ଗି ୩ ଜଣଙ୍କୁ ଉଦ୍ଧାର କରି ସୋହେଲା ହସ୍ପିଟାଲରେ ଭର୍ତ୍ତି କରିଥିଲା। ବଂଶୀଧରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବଂଶୀଧର ଓ ସୁବର୍ଣ୍ଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ କୁମୁଦିନୀଙ୍କ ମୃତ୍ୟୁ ଘଟିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories