www.samajalive.in
Saturday, December 6, 2025
23.1 C
Bhubaneswar

ବିନ୍ଧ୍ୟବାସିନୀ ପାହାଡ଼ରେ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବିନ୍ଧ୍ୟବାସିନୀ ପାହାଡ ଉପରେ ଥିବା ଘଞ୍ଚ ଜଙ୍ଗଲ ଭିତରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। ଉଭୟଙ୍କ ମୃତଦେହ ଉଦ୍ଧାର ହେବା ପରେ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂତ୍ରରୁ ଜଣପଡ଼ିଛି ଯେ ମୃତ ଦୁଇଜଣ ହେଲେ ସାରସ ପାଲି ଗ୍ରାମର ପୂଜା ଭୁଏ ଓ ସୁନିଲ କଠାର। ଯୁବତୀଙ୍କ ବୟସ ୧୭ବର୍ଷ ଓ ଯୁବକଙ୍କ ବୟସ ୨୫ବର୍ଷ ହେବ। ଯୁବକଯୁବତୀ ଉଭୟେ ଭିନ୍ନ ଭିନ୍ନ ଜାତିର। ପୂଜା ନିଖୋଜ ଥିବା ନେଇ ପରିବାର ଗତ ଚାରି ପାଞ୍ଚ ଦିନ ପୂର୍ବରୁ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। କିନ୍ତୁ ଆଜି ଉଭୟଙ୍କ ମୃତଦେହ ବିନ୍ଧ୍ୟାବାସିନି ପାହାଡ଼ର ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଏକ ଗଛରେ ଝୁଲୁଥିବା ଲୋକେ ଦେଖିଥିଲେ। କୌଣସି ସୂତ୍ରରୁ ପୁଲିସ ଖବର ପାଇ ଏସ ଡିପିଓ ପଡ଼ାରବିନ୍ଦ ତ୍ରିପାଠୀ, ଅତିରିକ୍ତ ଆରକ୍ଷୀ ଅଧିକାରୀ ତପନ କୁମାର ସ୍ୱାଇଁ, ଅତିରିକ୍ତ ତହସିଲଦାର ଦେବାନନ୍ଦ ସାହୁ, ରୁସୁଡ଼ା ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁ ଘଟଣା ସ୍ଥଳରେ ପହଞ୍ଚି ମୃଥଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବରଗଡ଼଼କୁ ପଠାଇଥିଲେ। ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ପ୍ରକୃତ ରହସ୍ୟ ଜଣା ପଡ଼ିବ। ପୁଲିସ ଘଟଣା ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories