www.samajalive.in
Sunday, December 7, 2025
23.1 C
Bhubaneswar

ବାରଙ୍ଗରେ ଲଜ୍ଜା: ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ, ଆଇସିୟୁରେ ଭର୍ତ୍ତି

କଟକ : କଟକ ବାରଙ୍ଗ ଥାନା ତ୍ରିଶୁଳିଆ ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି। ଗୁରୁତର ନାବାଳିକାକୁ ଉଦ୍ଧାର କରାଯାଇ ଶିଶୁ ଭବନର ଆଇସିୟୁରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ପରିବାର ଲୋକମାନେ କାମ କରି ଆସୁଥିଲେ। ସେହିଠାରେ ହିଁ ନାବାଳିକାଙ୍କ ସହ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଏ ନେଇ ପରିବାର ଲୋକ ବାରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଫେରାର୍ ହୋଇଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।  ଅଭିଯୁକ୍ତ ଜଣକ ଝାଡଖଣ୍ଡ ଅଞ୍ଚଳର ହୋଇଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories