www.samajalive.in
Sunday, December 14, 2025
26.1 C
Bhubaneswar

ବରବରା ରାଓଙ୍କ ଜାମିନ ଆବେଦନ ଅଗ୍ରାହ୍ୟ

ମୁମ୍ବଇ: ତେଲୁଗୁ କବି ବରବରା ରାଓଙ୍କ ଜାମିନ ଆବେଦନକୁ ବମ୍ବେ ହାଇକୋର୍ଟ ଗୁରୁବାର ଅଗ୍ରାହ୍ୟ କରିଦେଇଛନ୍ତି। ଭୀମା କୋରେଗାଓଁ ମାମଲାରେ ବରବରା ରାଓ ୨୦୧୮ ଜାନୁଆରୀରୁ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ତେବେ ସ୍ବାସ୍ଥ୍ୟଗତ କାରଣକୁ ନେଇ ସେ ଜାମିନ ପାଇଁ ଆବେଦନ କରିଥିବାବେଳେ ହାଇକୋର୍ଟ ଏହାକୁ ଅଗ୍ରାହ୍ୟ କରିଦେଇଛନ୍ତି। ଜାମିନ ଅଗ୍ରାହ୍ୟ କରିବା ସହିତ ହାଇକୋର୍ଟ ବରବରା ରାଓଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ଲାଗି ମହାରାଷ୍ଟ୍ର ସରକାର ଓ ଏନଆଇଏକୁ ନିର୍ଦେଶ ଦେଇଛନ୍ତି। ଗୁରୁବାର କିମ୍ବା ଶୁକ୍ରବାର ସକାଳ ସୁଦ୍ଧା ରାଓଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଆବଶ୍ୟକ ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ନାନାବତୀ ହସ୍ପିଟାଲକୁ ନେଇ ରାଓଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ କୁହାଯାଇଛି। ଡାକ୍ତରୀ ରିପୋର୍ଟ ମିଳିବା ପରେ ନଭେମ୍ବର ୧୭ରେ ଜାମିନ ଆବେଦନ ଉପରେ ପୁନର୍ବାର ଶୁଣାଣି କରାଯିବ ବୋଲି ହାଇକୋର୍ଟ କହିଛନ୍ତି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories