www.samajalive.in
Saturday, December 6, 2025
26.1 C
Bhubaneswar

ବାରବାଟୀରେ କ୍ରିକେଟ୍ ଖେଳିଲେ, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ : ଫେବୃଆରୀ ୯ରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ। ସକାଳେ ମୁଖ୍ୟମନ୍ତ୍ରୀ ନିଜେ ବାରବାଟୀ ଷ୍ଟାଡିୟମ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ ଖେଳିଥିଲେ। କ୍ରୀଡା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ମଧ୍ୟ ପ୍ରସ୍ତୁତିର ତଦାରଖ କରିବା ସହ କ୍ରିକେଟ୍ ଖେଳିଥିଲେ। ଅନ୍ୟପଟେ ବାରବାଟୀ ଟିକେଟ କାଉଣ୍ଟର ସ୍ଥାନ ମଧ୍ୟ ବଦଳିଛି । ଟ୍ରାଫିକ ପରିଚାଳନାକୁ ଦୃଷ୍ଟିରେ ରଖି କଟକ ବାରବାଟୀ ଷ୍ଟାଡିୟମ୍ ମୁଖ୍ୟ ରାସ୍ତା କଡ଼ରେ ଥିବା ଟିକେଟ୍ କାଉଣ୍ଟର ଗୁଡ଼ିକୁ ସ୍ଥାନାନ୍ତର କରାଯାଇଛି । ମୁଖ୍ୟ ରାସ୍ତା କଡ଼ରେ ନ ରଖି କାଉଣ୍ଟର ଗୁଡ଼ିକୁ ଭିତରକୁ ନିଆଯାଇଛି । ଗତକାଲି ବିଳମ୍ବିତ ରାତିରେ ଏଗୁଡ଼ିକୁ ସ୍ଥାନାନ୍ତର କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍। ୨ ତାରିଖରୁ ଅନଲାଇନ୍ ଟିକେଟ୍ ଏବଂ ୬ ଏବଂ ୭ ତାରିଖ କାଉଣ୍ଟରରେ ଟିକେଟ୍ ମିଳିବ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories