www.samajalive.in
Monday, December 15, 2025
26.1 C
Bhubaneswar

ଧନୁଯାତ୍ରା ପାଇଁ ବଦଳିଲା ସ୍କୁଲ ସମୟ

ବରଗଡ: ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ଲାଗି ବଦଳିଲା ସ୍କୁଲ ସମୟ। ସାମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଆଖି ଆଗରେ ରଖି ଆଜିଠାରୁ ୧୩ ତାରିଖ ପର୍ଯ୍ୟନ୍ତ ସକାଳ ୮ଟାରୁ ଦିନ ୧ଟା ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ୧୩ ତାରିଖ ପରେ ପୂର୍ବପରି ରହିବ ସ୍କୁଲ ସମୟ। ଏ ନେଇ ଚିଠି ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ। ବିଶ୍ଵର ସର୍ବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚରେ ଗତ ଶୁକ୍ରବାର ଠାରୁ ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ମଥୁରା ନଗରୀରେ ଚାଲିଛି କଂସଙ୍କ ରାଜୁତି। ପୌରାଣିକ କଥା ବସ୍ତୁର ପ୍ରତ୍ୟେକ ଚରିତ୍ରକୁ ଅତି ନିଖୁଣ ଭାବେ ପରିବେଷଣ କରୁଛନ୍ତି କଳାକାର। ଏହି ଯାତ୍ରା ଦେଖିବାକୁ ଓଡିଶାର କୋଣ ଅନୁକୋଣରୁ ଲକ୍ଷାଧିକ ଲୋକଙ୍କ ଭିଡ ଜମେ । ଆଜି ହେଉଛି ଧନୁଯାତ୍ରାର ଚତୁର୍ଥ ଦିନ। ଆଜି ପୁତନା ଓ ଷଡମଲ୍ଲଙ୍କ ମଧ୍ୟରେ ଲଢେଇ ପରିବେଷିତ ହେବ ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories