www.samajalive.in
Sunday, December 7, 2025
26.1 C
Bhubaneswar

ଦନ୍ତା ଆକ୍ରମଣରେ ମହିଳା ମୃତ

ବରଗଡ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଟୁରଚା ଗାଁରେ ଅଭାବନୀୟ ଘଟଣା ଘଟିଛି। ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଦନ୍ତା ହାତୀଟି ଉକ୍ତ ଅଞ୍ଚଳରେ ବୁଲୁଥିବା ନେଇ ବନ ବିଭାଗ ସଚେତନ କରିଥିଲା। ଆଜି ସକାଳୁ ଗାଁର ଦୁଇ ଜଣ ମହିଳା ମହୁଲ ଗୋଟାଇବାକୁ ଯାଉଥିବାବେଳେ ହାତୀ ସେମାନଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀ ଗତିବିଧି ଉପରେ ନଜର ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories