www.samajalive.in
Friday, December 5, 2025
23.1 C
Bhubaneswar

ଦୁର୍ଘଟଣାରେ ଦୁଇ ବିଜେପି ନେତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ

ବୁର୍ଲା : ବରଗଡ ଜାତୀୟ ରାଜପଥ କଣ୍ଟାପାଲି ଓଭର ବ୍ରିଜ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ବିଜେପି ନେତାଙ୍କ ମୃତ୍ୟୁ ଘଟିଛି। ତେବେ ଏହା ଦୁର୍ଘଟଣା କି ଯୋଜନାବଦ୍ଧ ହତ୍ୟା ତାକୁ ନେଇ ସସପେନ୍ସ ଲାଗି ରହିଛି। ଏ ନେଇ ବିଜେପି ନେତା ଏବଂ ଆହତ ବିଜେପି କର୍ମୀ ଅଭିଯୋଗ ଆଣିଛନ୍ତି। ଏକ କାର ଯୋଗେ ସେମାନେ ଘରକୁ ଫେରୁଥିବାବେଳେ ଏକ ହାଇଓ୍ବା ତାଙ୍କୁ ତିନି ତିନି ଥର ଧକ୍କା ଦେଇଥିଲା। ତେଣୁ ଏହା ଏକ ଯୋଜନାବଦ୍ଧ ହତ୍ୟା ବୋଲି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିବବା ବିଜେପି କର୍ମୀ କହିଛନ୍ତି । ଶନିବାର ବିଳମ୍ବିତ ରାତିରେ ବରଗଡ ଜାତୀୟ ରାଜପଥ କଣ୍ଟାପାଲି ନିକଟରେ ଦୁର୍ଘଟଣା ଘଟିଛି। ଏଥିରେ ବିଜେପି ଗୋଶାଳା ମଣ୍ଡଳ ସଭାପତିଙ୍କ ସହ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ହୋଇଛି। ମୃତକ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରୀଆ ବୋଲି ଜଣାପଡିଛି। ଦୁର୍ଘଟଣାରେ କାରରେ ଥିବା ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। କାର୍ ରେ ଡ୍ରାଇଭରଙ୍କ ସମେତ ମୋଟ୍ ୬ ଜଣ ଥିଲେ। ବୁର୍ଲା ପୁଲିସ୍ ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories