www.samajalive.in
Sunday, December 7, 2025
26.1 C
Bhubaneswar

ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ଡେସ୍କ: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆରମ୍ଭ ହୋଇଯାଇଛି। ଉତ୍ସବମୁଖର ହୋଇପଡ଼ିଛି ବରଗଡ଼ର କୋଣ ଅନୁକୋଣ। ସୋମବାର ସନ୍ଧ୍ୟାରେ ସାଂସଦ ସୁରେଶ ପୂଜାରୀ ଧୁନଯାତ୍ରାକୁ ଉଦ୍‌ଘାଟନ କରିଛନ୍ତି। ମଥୁରାନଗରୀରେ ଆଜିଠାରୁ ୧୧ ଦିନ ବ୍ୟାପୀ କଂସ ମହାରାଜଙ୍କ ରାଜୁତି ଚାଲିବ।

ଚଳିତବର୍ଷ ବରଗଡ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାକୁ ୭୫ବର୍ଷ ପୂରୁଛି। ହାଟପଦାଠାରେ ମହାରାଜ କଂସଙ୍କର ୯୫ ଫୁଟ୍ ଉଚ୍ଚ ଏବଂ ୪୫ ଫୁଟ୍ ପ୍ରସ୍ଥ ବିଶିଷ୍ଟ ରାଜଦରବାର ନିର୍ମାଣ କରାଯାଇଛି। ଯାହା ବିଶ୍ବର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ। ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରା ଚାଲିବ।

- Advertisement -

ସଂଧ୍ୟାରେ ସମଲେଶ୍ବରୀ ମନ୍ଦିରରୁ ଶୋଭାଯାତ୍ରା ବାହାରି ହାଟପଦାସ୍ଥିତ ରାଜଦରବାରରେ ପହଞ୍ଚିଥିଲା। ସଂଧ୍ୟା ୭ଟାରେ ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ବିଧାୟକ ଦେବେଶ ଆଚାର୍ଯ୍ୟ ଏହାକୁ ଉଦଘାଟନ କରିଛନ୍ତି। ବରଗଡ ସହର ମଥୁରା ନଗରୀରେ ରୂପାନ୍ତର ହେବାକୁ ଥିବାବେଳେ ଅମ୍ବାପାଲି ଗୋପପୁର ପାଲଟିଯିବ। ଚଳିତବର୍ଷ ଏକାଦଶଥର ପାଇଁ ହୃଷିକେଶ ଭୋଇ କଂସ ଭୂମିକାରେ ଅଭିନୟ କରୁଛନ୍ତି। କଂସ ଦରବାର, ରଙ୍ଗମହଲ ସହ ପୁରା ସହରକୁ ସଜ୍ଜିତ କରାଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories