www.samajalive.in
Monday, December 15, 2025
27.1 C
Bhubaneswar

ମିଳିଲା ନିଖୋଜ ଆଇନଜୀବୀଙ୍କ ମୃତଦେହ

ବାରିପଦା : କାର୍‌ ଭିତରୁ ନିଖୋଜ ଆଇନଜୀବୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଆଇନଜୀବୀ ଜଣକ ଗୁଲେଶ ଚନ୍ଦ୍ର ଗୋଚ୍ଛାୟତ (୪୨) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଗୁଲେଶ ସେପ୍ଟେମ୍ବର ମାସରୁ ଘରୁ କୁଆଡେ ପଳାଇଥିଲେ । ନିଖୋଜ ଥିବା ନେଇ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଆଜି ସକାଳୁ ଝାରପୋଖରୀଆ ଥାନା ଅର୍ନ୍ତଗତ ସିଲଫୋଡି ଉପରବେଡା ଅଞ୍ଚଳରେ ଥିବା ପୋଖରୀରେ କାର ପଡିଥିବାର ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ ।

ସାରସକଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କାରଟିକୁ ପାଣି ଭିତରୁ ଉଦ୍ଧାର କରିଥିଲେ। ପରେ କାର ଭିତରେ ଗଳିତ ମୃତଦେହକୁ ଉଦ୍ଧାର କରାଯାଇଥିଲା । ମୃତଦେହକୁ ପରିବାର ଲୋକେ ଚିହ୍ନଟ କରିଥିଲେ । ଗତ ସେପ୍ଟେମ୍ବର ୧୧ ତାରିଖରେ ଯୁବକ ଜଣଙ୍କ ନିଖୋଜ ହୋଇଥିଲେ ବୋଲି କୁହାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories