www.samajalive.in
Tuesday, December 9, 2025
16.1 C
Bhubaneswar

ବାରିପଦାରେ ଦୁର୍ଘଟଣା: ୪ ମୃତ

ବାରିପଦା: ବାରିପଦାର ପୃଥକ୍ ପୃଥକ୍ ଦୁଇଟି ସ୍ଥାନରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରଙ୍ଗମାଟିଆ ଲୁଲୁଙ୍ଗ ରାସ୍ତାରେ ଗଛରେ ପିଟି ହୋଇ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବୋଲେରୋ ଡ୍ରାଇଭର ସମେତ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଏମାନେ କରମ୍ ପାଟରେ ସାମିଲ ହେବାକୁ କୁଳଡିହାରୁ ତାରାଯୋଡିକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ସେପଟେ  ପାଲବଣି ବାଇପାସରେ ଟ୍ରକ-ବାଇକ୍ ଧକ୍କା ହୋଇଛି। ଟ୍ରକଟି ରାସ୍ତା କଡରେ ଛିଡା ହୋଇଥିବାବେଳେ ଏକ ବାଇକ୍ ପଛରୁ ପିଟି ହୋଇଯାଇଛି। ଫଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories