www.samajalive.in
Sunday, December 7, 2025
26.1 C
Bhubaneswar

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ବାରିପଦା : ବାରିପଦା ମେଡିକାଲ କଲେଜରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଆଇସିୟୁ ଓ ୱାର୍ଡରେ ଥିବା ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡ ପରେ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଜାରି ରଖିଛନ୍ତି। ତେବେ ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇ ନଥିବା ସୂଚନା ମିଳିଛି।

ଘଟଣାସ୍ଥଳରେ ଜିଲାପାଳ ବିନୀତ ଭରଦ୍ୱାଜ, ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ଉପ ନଗରପାଳ ସୀମା ଦାସ ଏବଂ ଅନ୍ୟାନ୍ୟ ଅଧିକାରୀ ପହଞ୍ଚି ଘଟଣା ଉପରେ ନଜର ରଖିବା ସହିତ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories