ବାରିପଦାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ବାରିପଦା:  ବାରିପଦାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।ମିଳିଥିବା ସୂଚନା ଅନୁଯାୟୀ ୨ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିଲା ଏବଂ ଏଥିରେ ଜଣଙ୍କ ମୃତ୍ୟୁ ହୋଇ ଯାଇଥିଲା। ଶୂନଗଡ଼ିଆ ଛକରେ ଟଙ୍କା ଭାଗବଣ୍ଟାକୁ ନେଇ ଗଣ୍ଡଗୋଳ ହୋଇଥିଲା ଏବଂ ପରବର୍ତ୍ତୀ ସମୟରେ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଜାରି ରଖିଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ଟାଉନ ଥାନା ପୁଲିସ ମୁତୟନ ହୋଇଛି।

Comments are closed.