www.samajalive.in
Saturday, December 6, 2025
26.1 C
Bhubaneswar

ଗଣେଶ ମୂର୍ତ୍ତି ଭସାଣ ବେଳେ ବୁଡିଯିବା ଘଟଣା; ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର..

ବାରିପଦା : ଗଣେଶ ମୂର୍ତ୍ତି ଭସାଣ ବେଳେ ଶୁକ୍ରବାର ୪ ଜଣ ଛାତ୍ର ବୁଡିଯିବା ଘଟଣାରେ ମିଳିଲା ୨ ନିଖୋଜ ଛାତ୍ରଙ୍କ ମୃତଦେହ। ଅନ୍ୟ ୨ ଛାତ୍ରଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଦୀର୍ଘ ସମୟ ଖୋଜାଖୋଜି ପରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।
ସୂଚନାନୁଯାୟୀ, ବାରିପଦା ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ ଭାସିଯାଇଥିଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ୨ ଜଣ ନିଖୋଜ ରହିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ୪ ଜଣ ଆଦର୍ଶ ବିଦ୍ୟାଳୟର +୨ ଛାତ୍ର ଓ ସେମାନେ ହଷ୍ଟେଲରେ ରୁହନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ଭିଡିଓରେ ଦେଖନ୍ତୁ ଛାତିଥରା ଦୃଶ୍ୟ ; ବୃଦ୍ଧଙ୍କୁ ଉଠାଇ କଚାଡି ଦେଲା ଷଣ୍ଢ..

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories