www.samajalive.in
Sunday, December 7, 2025
23.1 C
Bhubaneswar

ବର୍ଷା-ଅନୁଭବ ବିବାଦ-ସାକ୍ଷ୍ୟ ଗ୍ରହଣର ୩ ମାସ ମଧ୍ୟରେ ମାମଲାର ପୂର୍ଣ୍ଣଚ୍ଛେଦ ପାଇଁ ହାଇକୋର୍ଟଙ୍କ ନିର୍ଦେଶ

ଭୁବନେଶ୍ବର: ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦେଶ ଦେଇଛନ୍ତି। ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ମାମଲାର ଜୁଲାଇ ୩୧ରେ ବର୍ଷାଙ୍କ ଚୂଡ଼ାନ୍ତ ସାକ୍ଷ୍ୟ ଗ୍ରହଣ ପାଇଁ ନିର୍ଦେଶ ଦେଇଛନ୍ତି। ସାକ୍ଷ୍ୟ ଗ୍ରହଣର ୩ ମାସ ମଧ୍ୟରେ ମାମଲାର ପୂର୍ଣ୍ଣଚ୍ଛେଦ ପାଇଁ ହାଇକୋର୍ଟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

ସାଂସଦ ଅନୁଭବ ମହାନ୍ତିଙ୍କ ଛାଡପତ୍ର ଆବେଦନର ଶୁଣାଣି ଶୀଘ୍ର ଶେଷ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ୩ ମାସ ଭିତରେ ଛାଡପତ୍ର ମାମଲା ଶେଷ କରିବାକୁ ପରିବାର ଅଦାଲତକୁ ନିର୍ଦେଶ ଦେଇଥିବାବେଳେ ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ ହାଇକୋର୍ଟ ନିର୍ଦେଶ ଦିଆଯାଇଛି। ଜୁଲାଇ ୩୧ ସୁଦ୍ଧା ଜେରା ପ୍ରକ୍ରିୟା ଶେଷ ହେବାକୁ ଥିବାବେଳେ ଅକ୍ଟୋବର ୩୧ ସୁଦ୍ଧା ଛାଡପତ୍ର ମାମଲାର ଫଇସଲା ହୋଇପାରେ ବୋଲି ଆଶା କରାଯାଉଛି। ପରିବାର ଅଦାଲତରେ ଫଇସଲା ବିଳମ୍ବ ହେଉଥିଲା ଦର୍ଶାଇ ହାଇକୋର୍ଟ ଯାଇଥିଲେ ଅନୁଭବ ମହାନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦେଶର ଉଲ୍ଲଙ୍ଘନ ହେଉଥିବା ଦର୍ଶାଇଥିଲେ ଅନୁଭବଙ୍କ ଓକିଲ। ବର୍ଷାଙ୍କୁ ଅହେତୁକ ଅନୁକମ୍ପା ଦର୍ଶାଯାଉଥିବା ହାଇକୋର୍ଟରେ ଅଭିଯୋଗ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories