ବିଜେଡି ଶିବିରରେ ବର୍ଷା

ଭୁବନେଶ୍ଵର: ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଗୁରୁବାର ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ମିଶିଛନ୍ତି। ସାଂସଦ ସସ୍ମିତ ପାତ୍ର ତାଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳକୁ ସ୍ଵାଗତ କରିଛନ୍ତି।