www.samajalive.in
Sunday, December 14, 2025
26.1 C
Bhubaneswar

ବସ୍ତିବାସିନ୍ଦା ସଂଘ ବୈଠକ

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୧୭ନଂ ୱାର୍ଡ ସୁଇପର କଲୋନି ବସ୍ତିବାସିନ୍ଦା ସଂଘର ଏକ ଜରୁରୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ପ୍ରକାଶ କୁମାର ଗୋଚ୍ଛାୟତଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୈଠକରେ ପୌର ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ଅତିଥି ଭାବେ ଯୋଗଦେଇ ବସ୍ତିରେ ଥିବା ବିଭିନ୍ନ ସମସ୍ୟା ଓ ଲୋକମାନଙ୍କର ଥିବା ଅଭିଯୋଗ ଗୁଡିକୁ ଶୁଣିବା ସହିତ ଏହାର ସମାଧାନ ଦିଗରେ ପୌରପାଳିକା ତରଫରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ପ୍ରତିଶୃତି ଦେଇଥିଲେ। ଜାଗା ମିଶନରେ ବସ୍ତି ଗୁଡିକୁ ବାସପୋଯୋଗୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶୃତିକୁ ତୁରନ୍ତ ପୁରଣ କରିବା ପାଇଁ ସମସ୍ତ ପ୍ରକାର କାର୍ଯ୍ୟକୁ ତୁରନ୍ତ କାର୍ଯ୍ୟକ୍ଷମ କରାଯିବା ବୋଲି ଶ୍ରୀ ସାମଲ ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ବସ୍ତି ବାସିନ୍ଦାଙ୍କର ସମସ୍ତ ମୌଳିକ ସୁବିଧା ଦିିଗରେ ଗୁରୁତ୍ୱ ପ୍ରଦାନ କରାଯିବ ବୋଲି ସ୍ଥାନୀୟ କାଉନସିଲର ଆଶୁତୋଷ ଦାସ ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାଗା ମିଶନ ଗୋଷ୍ଠୀ ସଂଯୋଜିକା ନିକିତା ଜେନା, ୱାର୍ଡ ଅଫିସର ରଶ୍ମି ରଞ୍ଜନ ଦାସ, ଆବାସ ନୋଡାଲ ଅଫିସର ଦେବାଦାସ ପଣ୍ଡା, ପ୍ରହଲ୍ଲାଦ ସାହୁ, ବିଭୁ ମହାନ୍ତି, ଟିକିନା ନାଏକ, ଗେଡ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ସଂଘର ସଂପାଦକ ମିଥୁନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories