www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରକ୍ ଧକ୍କାରେ ଯୁବକ ମୃତ: କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ବାସୁଦେବପୁର : ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡ଼ା ସଂସ୍କୃତ ମହାବିଦ୍ୟାଳୟ ଛକରେ ମର୍ମନ୍ତୁଦ ଦୁର୍ଘଟଣା। ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ। ମୃତ ଯୁବକ ଜଣଙ୍କ ବେତଡା ବରଣ୍ଡୁଆ ନଛିବିନ୍ଧା ଗାଁର ଶୁଭ୍ରାଂସୁ ଦାସ ବୋଲି ଜଣାପଡିଛି। ଶୁଭ୍ରାଂସୁ ବାଇକରେ ବାସୁଦେବପୁରରୁ ଘରକୁ ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୁରଣ ଦାବିରେ ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ମୃତକ ପରିବାରକୁ ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି କରିଛନ୍ତି। ଘଟଣା ସ୍ଥଳରେ ସ୍ଥାନୀୟ ତହସିଲଦାରଙ୍କ ସହ ପୁଲିସ ପ୍ରଶାସନ ପହଁଞ୍ଚି  ବୁଝାସୁଝା କରୁଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories