ବାସୁଦେବପୁର: ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ଭଦ୍ରକ ବାସୁଦେବପୁର କଷିଆ ସାମୁଦ୍ରିକ ଥାନା ପରପୋଖରୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଗୋପୀନାଥ ନାଥ ଏବଂ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍ତ୍ରୀ ଗୁରୁବାରି ଜେନାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ଘଟିବା ପରେ ଅଭିଯୁକ୍ତ ସ୍ବାମୀ ଗୋପୀନାଥ ଜେନା ଫେରାର ହୋଇଯାଇଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଜମି ବିକା ଟଙ୍କାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
Popular Categories



