www.samajalive.in
Sunday, December 7, 2025
18.1 C
Bhubaneswar

ରାସ୍ତାରେ ଯାଉଥିବାବେଳେ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ

ବାସୁଦେବପୁର: ବାସୁଦେବପୁର ଥାନା ଗୁଆଗଡିଆ ପଞ୍ଚାୟତ କମାରଗା ଗାଁରେ ଘରକୁ ଫେରୁଥିବାବେଳେ ଜଣେ ମହିଳାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି। ସୂଚନା ଅନୁଯାୟୀ କାମରଗା ଗାଁର ମେରମାନ ସାହାଜୀଙ୍କ ପତ୍ନୀ ମସଜିଦ ସାହାଜୀ ନିଜ ଘରକୁ ଫେରୁଥିଲେ। ଏତିକିବେଳେ ମିର୍ଜାପୁର ଗାଁର କିଛି ବ୍ୟକ୍ତି ତାଙ୍କୁ ଦୁର୍ବ୍ୟବହାର କରିଥିଲେ।

ମହିଳା ଜଣକ ଚିତ୍କାର କରିବାରୁ ଦୁର୍ବୁତ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବାସୁଦେବପୁର ମେଡିକାଲ ଏବଂ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ପୁଲିସ୍‌ ଅଭିଯୋଗକୁ ଭିତ୍ତି କରି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories