www.samajalive.in
Monday, December 8, 2025
27.1 C
Bhubaneswar

ସଡ଼କ ଦୁର୍ଘଟଣାରେ ନାବାଳିକା ମୃତ, ଦୁଇ ଗୁରୁତର

ବାସୁଦେବପୁର: ମରଣଯନ୍ତା ପାଲଟିଛି ବାସୁଦେବପୁର-ଧାମରା ରାଜରାସ୍ତା। ରବିବାର ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ବାଲିମୁଣ୍ଡା ପଞ୍ଚାୟତ କାଳିଆବୋଦା ଗ୍ରାମର ଚୈତନ୍ୟ ପାଲଙ୍କ ଝିଅ ସୁମିତ୍ରା ପାଲ(୧୪) ବିଦେଇପୁର ମକରମେଳାକୁ ସାଇକେଲ ଯୋଗେ ବୁଲି ଯାଇଥିଲେ। ମେଳାରୁ ଫେରୁଥିବା ରାସ୍ତାରେ ଡିପିଓରାଠାରେ ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ନେଇଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ରାସ୍ତାରୋକ କରିବାପରେ ନାଇକାଣିଡିହ ପୁଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲା। ବାଇକ ଆରୋହୀ ଦୁଇଜଣଙ୍କୁ ଥାନାକୁ ନେଇ ତଦନ୍ତ ଜାରି ରଖିଛି ପୁଲିସ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories