www.samajalive.in
Sunday, December 7, 2025
18.1 C
Bhubaneswar

ସିସି କ୍ୟାମେରା ଜରିଆରେ ହେବ ପୁରୀ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ତଦାରଖ- ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ କାର୍ଯ୍ୟ ଏବଂ ୫-‘ଟି’ କାର୍ଯ୍ୟସୂଚୀ ଅନୁପାଳନ ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାମଚଣ୍ଡୀସ୍ଥିତ ଇକୋ ରିଟ୍ରିଟ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ଅଧିକାରୀ ଏବଂ ପିଏମୟୁ ଅଧିକାରୀମାନଙ୍କ ସହିତ ପୁରୀରେ ଚାଲିଥିବା ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ଅଗ୍ରଗତି ନେଇ ମନ୍ତ୍ରୀ ଶ୍ରୀ ବେହେରା ଆଲୋଚନା କରିଥିଲେ। ପରେ ପୁରୀରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତଦାରଖ ପାଇଁ ଅଚାନକ ଗସ୍ତ କରିଥିଲେ ।

ପନ୍ତ୍ରୀ ଶ୍ରୀ ବେହେରା ପେଣ୍ଠକଟା ଏବଂ ତାଳବଣିଆଠାରେ ଥିବା ଇଣ୍ଟିଗ୍ରେଟେଡ୍‌ ସ୍ପୋଟର୍ସ କମ୍ପ୍ଲେକ୍ସର ବହୁମୁଖୀ ଇନ୍‌ଡୋର ହଲ୍‌ ଏବଂ ସ୍ପୋଟର୍ସ ହଷ୍ଟେଲ୍‌ ପରିଦର୍ଶନରେ ଯାଇ ନିର୍ମାଣ କାର୍ଯ୍ୟ ତଦାରଖ କରିବା ସହିତ କାର୍ଯ୍ୟଭାର ନେଇଥିବା ସଂସ୍ଥାର ଅଧିକାରୀ ଏବଂ କ୍ରୀଡ଼ା ବିଭାଗ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏଥି ସହିତ ନିର୍ମାଣର ମାନ ବଜାୟ ରଖି ସମୟ ଅବଧି ପଧ୍ୟରେ କାର୍ଯ୍ୟ ସାରିବା ପାଇଁ ପନ୍ତ୍ରୀ ଶ୍ରୀ ବେହେରା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀଜିଲ୍ଲାର ସର୍ବାଙ୍ଗୀନ ବିକାଶ ଲାଗି ଯେଉଁ ଲକ୍ଷ୍ୟ ରଖିଛନ୍ତି ତାହା ପୂରଣ ସହିତ କ୍ରୀଡ଼ା ଭିତ୍ତିଭୂମି ଯେପରି ଶୀଘ୍ର କ୍ରୀଡ଼ାବିତ୍‌ଙ୍କ କାର୍ଯ୍ୟରେ ଲାଗିବ ସେ ନେଇ ମନ୍ତ୍ରୀ ଶ୍ରୀ ବେହେରା ଅଧିକାରୀ ଏବଂ ଦାୟିତ୍ୱରେ ଥିବା ସଂସ୍ଥାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ନିର୍ମାଣ କାର୍ଯ୍ୟର ସଠିକ୍‌ ତଦାରଖ ଲାଗି ବିଭିନ୍ନ ସ୍ଥାନରେ ସିସି କ୍ୟାମେରା ଲଗାଇବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ବୈଠକରେ ୫-‘ଟିଦ ସୂତ୍ର ଆଧାରରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟପନ୍ଥା ନେଇ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

- Advertisement -

 

ସୁଜିତ୍‌ ରଞ୍ଜନ ସ୍ୱାଇଁ

ସୂଚନା ଅଧିକାରୀ

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories