www.samajalive.in
Tuesday, December 9, 2025
26.1 C
Bhubaneswar

ଆହୁରି ବଢ଼ିବ ତାତି

ଭୁବନେଶ୍ୱର : ଝାଡ଼ଖଣ୍ଡରୁ ତେଲଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରଫଲାଇପ ଦକ୍ଷିଣ ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ଅତିକ୍ରମ କରିଥିବାରୁ ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଗତକାଲି ଉପକୂଳ ଓଡ଼ିଶା ସମେତ ଅଧିକାଂଶ ସ୍ଥାନରେ ପାଗ କୋହଲା ଥିଲା। କେବଳ ମାଲକାନଗିରିରେ ପାରଦ ୪୦ଡ଼ିଗ୍ରୀ ଉପରେ ଥିଲା। ଆଜି ମଧ୍ୟାହ୍ନ ସୁଦ୍ଧା ବହୁ ଜିଲାରେ ଖରାର ତେଜ କମ ଥିଲେ ହେଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦିନର ସ୍ୱାଭାବିକ ତାପମାତ୍ରା ୨ରୁ ୩ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫଳରେ ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଯୋଗୁଁ ପ୍ରବଳ ଗରମ ଅନୁଭୂତ ହେବ।

ଅନ୍ୟପକ୍ଷରେ ଆସନ୍ତା ୭ରୁ ୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘୂର୍ଣ୍ଣିଝଡ଼ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ୭ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବ। ୮ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ସମେତ କେନ୍ଦୁଝର, ମୟୂରଭଞ୍ଜ ଅନୁଗୋଳ, ଢ଼େଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବ। ୯ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ ଓ କୋରାପୁଟରେ ମଧ୍ୟ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗ୍ରୀଷ୍ମପ୍ରବାହ ଓ ବର୍ଷା ପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ସତର୍କ କରାଇଦେବା ସହିତ ୟେଲୋ ୱାର୍ନିଂ ଜାରି କରିଛି।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories