www.samajalive.in
Saturday, December 6, 2025
19.1 C
Bhubaneswar

ନିଜ ଜନ୍ମଦିନରେ ପିଏମ ଏବଂ ସିଏମ ରିଲିଫ ଫଣ୍ଡକୁ ଦାନ କଲେ ୯ ବର୍ଷର ଛାତ୍ର

ଭୁବନେଶ୍ୱର : କରୋନାକୁ ମୁକାବିଲା କରିବା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କେନ୍ଦ୍ର ସରକାର ଏବଂ  ରାଜ୍ୟସରକାର କରୋନାକୁୁ ପ୍ରତିହତ କରିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛନ୍ତି । କରୋନାକୁ ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅନେକ ବଦାନ୍ୟ ବ୍ୟକ୍ତି ଦାନ କରିବାକୁ ଆଗେଇ ଆସିଛନ୍ତି । ଠିକ୍ ସେହିପରି ଭୁବନେଶ୍ୱରରେ ରହୁଥିବା ଜଣେ ୯ ବର୍ଷର ଛାତ୍ର ଠାକୁର ରାଜବୀର ନିଜ ଜନ୍ମଦିନରେ କୁମ୍ପି ଭାଙ୍ଗି ପିଏମ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି । ତାଙ୍କ ସଂଚିତ ଅର୍ଥ ସମୁଦାୟ ୨ ହଜାର ୨୦ ଟଙ୍କାରୁ ସେ ୧ ହଜାର ୧୦ ଟଙ୍କା ଲେଖାଏଁ ପିଏମ କେୟାର୍ସ ଫଣ୍ଡ ଏବଂ ସିଏମ ରିଲିଫ ଫଣ୍ଡକୁ ଦାନ କରିଛନ୍ତି । ଧୁମ ଧାମରେ ଜନ୍ମଦିନ ପାଳନ କରିବା ଅପେକ୍ଷା ଦେଶର ଏଭଳି ସଙ୍କଟ ସମୟରେ ସରକାରଙ୍କୁ ସହାୟତା କରିବା ଅତ୍ୟନ୍ତ ଜରୁରୀ ବୋଲି ସେ କହିଛନ୍ତି। ଏହା ସହ କରୋନା ଯୁଦ୍ଧରେ ସାମିଲ ହୋଇ ନିଜ ସାମର୍ଥ୍ୟ ଅନୁଯାୟୀ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ପାଇଁ ରାଜ୍ୟବାସୀଙ୍କୁ ସେ ନିବେଦନ କରିଛନ୍ତି । ଏଭଳି ମହତ କାର୍ଯ୍ୟ ପାଇଁ ସ୍ଥାନୀୟ ଅଂଚଳ ବାସିନ୍ଦା ରାଜବୀରଙ୍କୁ ଅନେକ ପ୍ରଶଂସା କରିଛନ୍ତି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories