www.samajalive.in
Saturday, December 13, 2025
17.1 C
Bhubaneswar

ଲକ ଡାଉନ ପାଇଁ ଘୁଞ୍ଚିଲା ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ କରୋନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ଭୂତାଣୁର ମୁକାବିଲା ପାଇଁ ମେ ମାସ ୩ ତାରିଖ ପର୍ଯ୍ୟନ୍ତ ଲକଡାଉନ ସମୟସୀମାକୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ରେନ ଓ ବିମାନସେବାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଥିଲା। ଯାହାଫଳରେ ମେ ମାସ ପ୍ରଥମ ସପ୍ତାହରେ ହେବାକୁଥିବା ଓଜେଇଇ ବା ଯୁଗ୍ମ ପ୍ରବେଶିକା ପରୀକ୍ଷାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଏହି ପ୍ରବେଶିକା ପରୀକ୍ଷା ପାଇଁ ରାଜ୍ୟର ବହୁ ପରୀକ୍ଷାର୍ଥି ଆବେଦନ କରିଛନ୍ତି। ଲକ ଡାଉନ ସମୟରେ ଗମନାଗମନ ବ୍ୟବସ୍ଥା ବନ୍ଦ ଥିବାରୁ ଏହି ପ୍ରବେଶିକା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ଓଜେଇଇ ଅଧ୍ୟକ୍ଷ ସୁଦିପ କୁମାର ଚାନ୍ଦ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ଇଂଜିନିୟରିଂ(ବି.ଟେକ,ଏମ.ଟେକ), ବି.ଫାର୍ମା, ଏମ.ଫାର୍ମା, ଏମବିଏ, ଏମସିଏ,ଏମ.ଆର୍କିଟେକଚର, ଇନଟିଗ୍ରେଟେଡ଼ ଏମବିଏ ପାଇଁ ଏହି ଯୁଗ୍ମ ପ୍ରବେଶିକା ପରୀକ୍ଷା ହୋଇଥାନ୍ତା ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories