www.samajalive.in
Monday, December 15, 2025
24.1 C
Bhubaneswar

କ୍ଷୁଦ୍ର ଓ ମଧ୍ୟମ ଶିଳ୍ପକୁ ମୁଖ୍ୟସ୍ରୋତକୁ ଆଣିବାକୁ କେନ୍ଦ୍ରର ସହଯୋଗ ଲୋଡିଲା ଓଡିଶା

ଭୁବନେଶ୍ବର : କରୋନା ସଂକ୍ରମଣ ଜନିତ ଲକଡାଉନ ଯୋଗୁ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ(ଏମଏସଏମଇ) ବିଶେଷ ପ୍ରଭାବିତ ହୋଇଛି। ଏହାକୁ ମୁଖ୍ୟସ୍ରୋତକୁ ଆଣିବାକୁ କେନ୍ଦ୍ରର ସହଯୋଗ ଲୋଡିଛି ଓଡିଶା। ଏହି କ୍ଷେତ୍ର ପାଇଁ ଓଡିଶାକୁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ ଏମଏସଏମଇ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଦାବି କରିଛନ୍ତି। କ୍ୟାପ୍‌ଟେନ ମିଶ୍ର ଏ ନେଇ କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଢ଼ଙ୍ଗୀ, ସାର ଓ ରସାୟନ ମନ୍ତ୍ରୀ ସଦାନନ୍ଦ ଗୌଡ, ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ, କୋଇଲା ମନ୍ତ୍ରୀ ପିୟୁଷ ଗୋଏଲ ଓ ଭାରୀ ଶିଳ୍ପମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି। କରୋନା ଯୋଗୁ ଏମଏସଏମଇ କ୍ଷେତ୍ର ବିଶେଷ ପ୍ରଭାବିତ ହୋଇଛି।  ରାଜ୍ୟରେ ନିଯୁକ୍ତି କ୍ଷେତ୍ରରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିବାରୁ ଏହି ​କ୍ଷେତ୍ରକୁ ମୁଖ୍ୟସ୍ରୋତକୁ ଅଣାଯିବା ଦରକାର। ଏ ଦିଗରେ କେନ୍ଦ୍ରର ସହଯୋଗ ସେ କାମନା କରିଥିଲେ। ଆଲୋଚନା ସୌହାର୍ଦ୍ଦ୍ୟପୂର୍ଣ୍ଣ ଥିଲା ଓ ସହଯୋଗ ମିଳିବ ବୋଲି କ୍ୟାପ୍ଟେନ ମିଶ୍ର ଆଶା ପ୍ରକାଶ କରିଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories