www.samajalive.in
Sunday, December 14, 2025
17.1 C
Bhubaneswar

୧୭ରୁ ଖୋଲିବ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ; କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ, ଅଣଶିକ୍ଷକ କର୍ମଚାରୀ

ଭୁବନେଶ୍ବର : ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଆସନ୍ତା ଜୁନ୍‌ ୧୭ରୁ ଖୋଲିବ। ସେହିପରି ସବୁ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ରାଜ୍ୟ ସରକାରଙ୍କ ଅଧୀନ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଜୁନ୍‌ ୧୭ରୁ ଖୋଲାଯିବ। ଫଳରେ ସବୁ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଧ୍ୟାପକ କାର୍ଯ୍ୟରେ ଯୋଗ ଦେବେ। ସେହିପରି ସବୁ ଶିକ୍ଷକ, ଅଧିକାରୀ ଏବଂ ଅଣ ଶିକ୍ଷକ କର୍ମଚାରୀ ମଧ୍ୟ କାର୍ଯ୍ୟରେ ଯୋଗ ଦେବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି। ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କର୍ମଚାରୀମାନେ ରାଜ୍ୟ ସରକାରଙ୍କ କୋଭିଡ୍‌-୧୯ ମାର୍ଗଦର୍ଶିକା ଅନୁପାଳନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିର୍ଦେଶରେ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ବତ ମିଶ୍ର ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କୁଳସଚିବ ଏବଂ ସରକାରୀ/ବେସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories