www.samajalive.in
Monday, December 15, 2025
26.1 C
Bhubaneswar

ବିଜୁ ପଟ୍ଟନାୟକ ଅନ୍ତର୍ଜାତିୟ ବିମାନ ବନ୍ଦର ଛାତ ଭୁଷୁଡି ଜଣେ ମୃତ, ଜଣେ ଗୁରୁତର

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତିୟ ବିମାନ ବନ୍ଦରରେ ନିର୍ମାଣଧିନ ଛାତ ଭୁଷୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ବିମାନ ବନ୍ଦରର ଟର୍ମିନାଲ-୧ ଏବଂ ଟର୍ମିନାଲ-୨ ମଧ୍ୟରେ ସଂଯୋଗ କରିବା ପାଇଁ ନିର୍ମାଣ କରାଯାଉଥିବା ଛାତ ଭୁଷୁଡି ପଡିବା ଫଳରେ ଏହି ଅଘଟଣ ଘଟିଛି। ଏହି ଦୁର୍ଘଟଣାରେ ମୃତକ ଜଣଙ୍କ ହେଉଛନ୍ତି ବଡମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଏବଂ ଗୁରୁତର ହୋଇଥିବା ବ୍ୟକ୍ତି ହେଉଛନ୍ତି ଢେଙ୍କାନାଳର ନବକିଶୋର ସ୍ବାଇଁ।

ସୂଚନାଅନୁସାରେ ଶୁକ୍ରବାର ମଧ୍ୟରାତ୍ରି ସମୟରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତିୟ ବିମାନ ବନ୍ଦର ପରିସରରେ ଏକ ନିର୍ମାଣାଧିନ ଛାତ ଭୁଷୁଡି ପଡିଥିଲା। ଟର୍ମିନାଲ-୧ ଓ ଟର୍ମିନାଲ-୨ରେ ଏହି ନିର୍ମାଣକାର୍ୟ୍ୟ ଗତ ୩ ମାସ ହେବ ଆରମ୍ଭ ହୋଇ ଜାରି ରହିଥିଲା। ୬୦ କୋଟି ଟଙ୍କା ବ୍ୟୟରେ ଏହି ନିର୍ମାଣ କରାଯାଉଥିଲା। ଦିଲୀପ କନଷ୍ଟ୍ରକସନ୍ ନାମକ ଏକ ସଂସ୍ଥା ଏହି କାର୍ଯ୍ୟକରୁଥିଲା। କାମ ଚାଲିଥିବା ସମୟରେ ହଠାତ ଛାତ ଭୁଷୁଡିପଡିଥିଲା। ଏହା ପରେ ବିମାନ ବନ୍ଦର ପରିସରରେ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ଏବଂ ଏନଡିଆରଏଫ କର୍ମଚାରୀ ପହଞ୍ଚିଥିଲେ। ପ୍ରଥମେ ନବକିଶୋର ସ୍ବାଇଁଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତିକରାଯାଇଥିଲା। କିନ୍ତୁ ଅନ୍ୟ ଜଣେ ଶ୍ରମିକ ଭୁଷୁଡିଥିବା ଛାତ ତଳେ ଚାପି ହୋଇ ରହିଯାଇଥିଲେ। ଏହାପରେ ଅଗ୍ନିଶମ ବିଭାଗ ଏବଂ ଏନଡିଆରଏଫ ଟିମ୍ ଲୁହା ରଡକୁ କାଟି ଭୁଷୁଡିଥିବା ଛାତ ତଳୁ ଅନ୍ତର୍ଯାମୀ ଗୁରୁଙ୍କୁ ଉଦ୍ଧାର କରିଥିଲେ। ଏହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

- Advertisement -

ବିମାନ ବନ୍ଦରରେ ଛାତ ଭୁଷୁଡିବା ସୂଚନା ପାଇଁ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିବା ସହ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ଗୁରୁତର ଶ୍ରମିକଙ୍କ ସ୍ବାସ୍ଥ୍ୟବସ୍ଥା ତଦାରଖ କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories