www.samajalive.in
Friday, December 12, 2025
27.1 C
Bhubaneswar

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବାର୍‌ ଟି ହୁତ୍ ହୁତ୍ ହୋଇ ଜଳୁଥିଲା । ପୁରା ପରିବେଶ ଧୂଆଁମୟ ହୋଇପଡିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଭୟାବହ ନିଆଁରେ ବାର୍‌ର ସମସ୍ତ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ବିନା ଲାଇସେନ୍ସରେ ବାର୍‌ ଚାଲିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସମ୍ପୂର୍ଣ୍ଣ ଭାବେ ନିଆଁ ଆୟତ୍ତ ହୋଇଥିବା ସୂଚନା ଦେଇଛନ୍ତି ଚିଫ୍ ଫାୟାର ଅଫିସର ରମେଶ ମାଝୀ।

ନିଆଁ ଲିଭା କାର୍ଯ୍ୟରେ ଦୁଇ ଦମକଳ ଗାଡି ନିୟୋଜିତ ହୋଇଥିଲେ। ନିଆଁକୁ ଆୟତ୍ତ କରିବାକ ପ୍ରାୟ ୧ ଘଣ୍ଟା ସମୟ ଲାଗିଥିଲା। ସକାଳ ୮ଟା ୫୦ରେ ଖବର ଆସିଥିବା କହିଛନ୍ତି ଚିଫ୍ ଫାୟାର ଅଫିସର। ତେଣୁ ପହଞ୍ଚିବାରେ ବିଳମ୍ବ ହୋଇନି , ତୁରନ୍ତ ନିଆଁକୁ ଆୟତ୍ତ କରାଯାଇଛି। ୯ଟା ୧୫ ସୁଦ୍ଧା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ସେପଟେ ନୋ ଲିମିଟ୍ ବାର୍‌ କୁ ଲାଇସେନ୍ସ ମିଳିନଥିଲା। ଏ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

Related Articles

Popular Categories