www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟ ସଭାପତି ଓ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିର ମିଶ୍ରଣ ପର୍ବ

ଭୁବନେଶ୍ୱର: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟସଭାପତି ଶ୍ରୀ ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭୁବନେଶ୍ୱରର ଶତାଧିକ କଂଗ୍ରେସ ଓ ବିଜେଡି ଯୁବନେତା ବିଜେପିରେ ସାମିଲ ହୋଇଛନ୍ତି।

ଭୁବନେଶ୍ୱର ୟୁନିଟ-୯ ଅଞ୍ଚଳର ବିଜୁ ଯୁବ ଜନତା ଦଳର ଉପସଭାପତି ମାନସ ପଟ୍ଟନାୟକ, ଅର୍ଜ୍ଜୁନ ମଲ୍ଲିକ, ମମତା ମଲ୍ଲିକ, ଲକ୍ଷ୍ମୀସାଗର ଅଞ୍ଚଳର ରାଜେନ୍ଦ୍ର ପ୍ରସାଦ ତିୱାରୀ, ରସୁଲଗଡର ଯୁବ ନେତା ପବିତ୍ର କୁମାର ଜେନା, ବିକ୍ରମ ବଳିଆରସିଂହ, ଚିନ୍ତାମଣିଶ୍ୱରର ଡ. ପି.ସି. ସାହୁ, ବୁଦେ୍ଧଶ୍ୱରୀ ଅଞ୍ଚଳର ପର୍ଶୁରାମ ଜେନା, ସୁଚରିତା ଜେନାମଣି, ଇତିଶ୍ରୀ ସାହୁ, ସାହାଜାନ ଖାନ୍‍, ପ୍ରିୟଙ୍କା ଛୋଟରାୟ, ଙ୍କ ସମେତ ବିଜେଡି ଓ କଂଗ୍ରେସ ଦଳର ଶତାଧିକ ଯୁବନେତା,ବୁଦ୍ଧିଜୀବୀଙ୍କ ସମେତ ବରିଷ୍ଠ ନାଗରିକମାନେ ବିଜେପିରେ ସାମିଲ ହୋଇଛନ୍ତି।

- Advertisement -

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି। ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି। ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍‍ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି। ଅନ୍ୟପଟେ ବିଜେପିର ବିକାଶ ଧାରାରେ ନିଜକୁ ସାମିଲ କରି ନୂଆ ଓଡିଶା ଗଠନ ଲକ୍ଷ୍ୟରେ ବିଜେପିରେ ସାମିଲ ହୋଇଛନ୍ତି ବୋଲି ସଦ୍ୟ ଯୋଗ ଦେଇଥିବା ନେତାମାନେ କହିଛନ୍ତି। ଏହି ଅବସରରେ ଭୁବନେଶ୍ୱର ଜିଲ୍ଲାର ସମସ୍ତ ମଣ୍ଡଳ ସଭାପତି ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଜଗନ୍ନାଥ ପ୍ରଧାନ, ହରେକୃଷ୍ଣ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories