www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଉପହାରରେ ମୁଖ୍ୟମନ୍ତ୍ରୀ ଦେଲେ ୧୦ ଟଙ୍କିଆ ନୋଟ୍‌, ଜାଣନ୍ତୁ କ’ଣ ପାଇଁ ଖାସ୍‌ ଏହି ନୋଟ୍‌..

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୫ ତମ ଜନ୍ମଦିବସ ଉପଲକ୍ଷେ ଏକ ଦଶ ଟଙ୍କିଆ ନୋଟ୍‌ ଥିବା ଏକ ସ୍ମାରକୀ ଉପହାର ଦେଇଛନ୍ତି । ମାତ୍ର ୧୦ ଟଙ୍କିଆ ନୋଟ୍‌ ଥିବା ଏହି ଉପହାର ଖାସ୍‌ ଧରଣର ଉପହାର ବୋଲି ଜଣାପଡିଛି । ଏହି ନୋଟ୍‌ର ସିରିଏଲ୍‌ ନମ୍ବର ୧୭୦୯୫୦ ରହିଛି । ଯାହା ପ୍ରଧାନମନ୍ତ୍ରୀଙ୍କ ଜନ୍ମ ତାରିଖ । ସୂଚନା ଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ମୋଦୀ ଗୁଜରାଟ ରାଜ୍ୟର ମେହ୍‌ଷାଣା ଜିଲାର ଭାଦ୍‌ନଗରରେ ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଏହି ଖାସ୍‌ ଉପହାର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ୍‌ ଉତ୍ସାହିତ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି ।

ମାତ୍ର ୫୦ ଟଙ୍କା : ଜିଓ ଦେଉଛି ମାଗଣା ରିଚାର୍ଜ, ବର୍ଷଯାକ ମିଳିବ ଅସୀମିତ ଡାଟା ସହ ଏସବୁ ସୁବିଧା..

- Advertisement -

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories