www.samajalive.in
Tuesday, December 9, 2025
23.1 C
Bhubaneswar

ବଢ଼ିଲା ରୋଗୀ ସହାୟତା କେନ୍ଦ୍ରର ଅବଧି

ଭୁବନେଶ୍ୱର: ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ ମସିହାରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି । ଏହାର ଅବଧିକୁ ଆଉ ବର୍ଷେ ବା ୨୦୨୩-୨୪ ପର୍ୟ୍ୟନ୍ତ ବଢାଯାଇଥିବା ଜଣାପଡ଼ିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ, ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ । ରୋଗୀ ସହାୟତା କେନ୍ଦ୍ରରେ ସମସ୍ତ ରୋଗୀଙ୍କୁ ବିନା ମୂଲ୍ୟରେ ରହିବା ଓ ଖାଇବାର ସୁବିଧା ମିଳିପାରୁଛି । ୨୦୧୬ ରୁ ୨୦୨୨ ମଧ୍ୟରେ ରାଜ୍ୟ ସରକାର ଏହି ସହାୟତା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ୨୦୧୬ରେ ୨୫ ଲକ୍ଷ ଟଙ୍କା ଏବଂ ୨୦୨୦, ୨୦୨୧ ଓ ୨୦୨୨ରେ ୧୦ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories