www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ; ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତି ବିରୋଧରେ ଲଢିବା ପାଇଁ ଓଡିଶାବାସୀଙ୍କୁ ଆହ୍ୱାନ ଦେବା ସହ ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ପାଇଁ ଆଜି ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିଜ ଉଦବୋଧନରେ ଆହୁରି ମଧ୍ୟ କହିଛନ୍ତି, କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଛନ୍ତି। ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ପାଇଁ ଆଜି ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବା ସହ ଉଦ୍‌‌ବୋଧନ ଦେଇଥିଲେ। ଏହାସହ ରାଉରକେଲା ଓ ବାଲେଶ୍ୱରର ଭିଜିଲାନ୍ସ ଅଫିସ୍‌‌ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭିଜିଲାନ୍ସର ଅନେକ ଅଧିକାରୀ ସହ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିଥିଲେ। କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories