www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉଦ୍‌‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଶନିବାର ପୂର୍ବାହ୍ନରେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌‌ଘାଟିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି। ବନ୍ଦେ ଉତ୍କଳ ଜନନୀ ଗୀତରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ସଭିଏଁ ବନ୍ଦେ ଉତ୍କଳ ଜନନୀ ଗୀତ ଗାନ କରିଛନ୍ତି।ଦେଶ ବିଦେଶର ଶତାଧିକ ଲେଖକ,ସାହିତ୍ୟିକଙ୍କ ସମାଗମ ହୋଇଛି। ଅନ୍ତର୍ଜାତୀୟ ସ୍ତରର ବହୁ ବିଶିଷ୍ଟ ଭାଷାବିତ୍‌‌ ଏଥିରେ ଉପସ୍ଥିତ ରହିଛନ୍ତି। ଶନିବାର ଠାରୁ ବିଶାଳ ଭାଷା ସମ୍ମିଳନୀର ଉଦଘାଟନୀ ପର୍ବ ଆରମ୍ଭ ହୋଇଥିବା ଏହି ୩ ଦିନ ଧରି ଏହି ସମ୍ମିଳନୀ ଚାଲିବ। ଏଥିରେ ଦେଶ ବିଦେଶର ଓଡିଆ ଭାଷାବିତ୍‌‌ ଯୋଗ ଦେଉଛନ୍ତି। ଏହି ସମ୍ମିଳନୀର ପ୍ରସଙ୍ଗ ହେଉଛି ଭାଷା ହିଁ ଭବିଷ୍ୟତ। ଏହି କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟନ ସ୍ୱାଗତ କରିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories