www.samajalive.in
Saturday, December 6, 2025
16.1 C
Bhubaneswar

ସରକାରୀ କାର୍ଯ୍ୟରେ ଓଡିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ – ମୁଖ୍ୟମନ୍ତ୍ରୀ..

ଭୁବନେଶ୍ୱର : ଲୋକସେବା ଭବନରେ ଗୁରୁବାର ଠାରୁ ବିଧିବଦ୍ଧ କାର୍ଯ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ୱ ଦିଆଯିବ। ଓଡିଆ ଅସ୍ମିତାର ପ୍ରତିଷ୍ଠା, ସଂରକ୍ଷଣ ଓ ପ୍ରସାରଣକୁ ଗୁରୁତ୍ୱ ଦିଆଯିବ। ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ। ପ୍ରତି ଜିଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ପଠନ ଅଭ୍ୟାସ ବୃଦ୍ଧି, ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ କରାଯିବ।

କଳ୍କି ୨୮୯୮ ଏଡି ବକ୍ସ ଅଫିସ୍ କଲେକସନ୍ ; ୭ ଦିନରେ ୭୦୦ କୋଟି..

- Advertisement -


ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଅନୁବାଦ ଏକାଡେମୀ, ଓଡିଆ ଅସ୍ମିତା ଭବନ ନିର୍ମାଣ କରାଯିବ। ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିଶନ ଗଠନ ହେବ। ସରକାରୀ କାର୍ଯ୍ୟରେ ଓଡିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ। ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ। ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ସଂକଳ୍ପବଦ୍ଧ।
ସୂଚନା ଯୋଗ୍ୟ,ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନ (ସଚିବାଳୟ)ରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ ରାଜ୍ୟ ଅତିଥି ଭବନରୁ କାର୍ଯ୍ୟ କରୁଥିଲେ ମୁଖ୍ୟମନ୍ତ୍ରୀ। ତେବେ ଆଜିଠାରୁ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ସଚିବାଳୟରୁ ସମସ୍ତ ସରକାରୀ କାର୍ଯ୍ୟ କରିବେ।

 

 

 

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories