ରାଜଧାନୀରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୫୨ କରୋନା ପଜିଟିଭ ଚିହ୍ନଟ, ୭୪ ସୁସ୍ଥ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ସୋମବାର ଆଉ ୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୫୨ ପଜିଟିଭଙ୍କ ମଧ୍ୟରୁ ୨୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 16th Nov (till 9am) pic.twitter.com/hM5OGeQymx— BMC (@bmcbbsr) November 16, 2020
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୧୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯୨୯୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୭ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୬୬୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.