www.samajalive.in
Wednesday, December 10, 2025
16.1 C
Bhubaneswar

ଆଜି ଭୁବନେଶ୍ବରରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ବୁଧବାର ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୩୦ ପଜିଟିଭଙ୍କ ମଧ୍ୟରୁ ୧୩୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୯୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୮୨୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୯୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୫ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୩୩୦୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories