ଆଜି ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କଠୁ ସୁସ୍ଥ ହାର ଅଧିକ; ୨୭୧ ଆକ୍ରାନ୍ତ, ୩୧୩ ସୁସ୍ଥ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ସୋମବାର ଆଉ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୨୭୧ ପଜିଟିଭଙ୍କ ମଧ୍ୟରୁ ୬୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 12th Oct 2020(till 9am). pic.twitter.com/NDqQxTqPSq— BMC (@bmcbbsr) October 12, 2020
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୫,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୨,୨୧୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୯ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୩୩୮୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।
Comments are closed.