ଆଜି ଭୁବନେଶ୍ବରରେ ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୪୨ ପଜିଟିଭଙ୍କ ମଧ୍ୟରୁ ୧୦୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 19th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/HSnXSxAyxL— BMC (@bmcbbsr) September 19, 2020
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୧୮,୨୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୪୦୫୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୪୧୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।
Comments are closed.