ଭୁବନେଶ୍ବରରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯
ଭୁବନେଶ୍ବର : ଭୁବନେଶ୍ବରରେ ମଙ୍ଗଳବାର ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି ହୋଇଛି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 14th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/Hx1JNnvHJN— BMC (@bmcbbsr) July 14, 2020
ସୂଚନା ଅନୁଯାୟୀ, ଭୁବନେଶ୍ବରରେ ବର୍ତ୍ତମାନ ସୁଦ୍ଧା ୩୬୧ ଜଣ ସୁସ୍ଥ ହୋଇଥିବା ବେଳେ ୩୯୭ ଜଣ ଚିକିତ୍ସାଧିନ ଅଛନ୍ତି ଏବଂ ୧୦ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.