www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ବରରେ ଗୋଟିଏ ଦିନରେ ୯୦ ପଜିଟିଭ

ଭୁବନେଶ୍ବର : ଭୁବନେଶ୍ବରରେ ବୁଧବାର ଆଉ ୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୬୩ ଓ ସ୍ଥାନୀୟ ଆକ୍ରାନ୍ତ ୨୭ ଜଣ ରହିଛନ୍ତି । ଏଥିସହ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ହୋଇଛି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

- Advertisement -

ଆଜି ଚିହ୍ନଟ ହୋଇଥିବା ସ୍ଥାନୀୟ ଆକ୍ରାନ୍ତମାନଙ୍କ ମଧ୍ୟରୁ  ବିଜେବି ନଗର ଅଞ୍ଚଳରୁ ଏକ ଘରୋଇ ହସ୍ପିଟାଲର ଜଣେ ଡ୍ରାଇଭର ଚିହ୍ନଟ ହୋଇଥିବା ବେଳେ ଜାଗମରା, ଘାଟିକିଆ, ଲକ୍ଷ୍ମୀସାଗର, ଓଲ୍ଡ ଟାଉନ୍‌ରୁ ଜଣେ ଲେଖାଏଁ, ଖଣ୍ଡଗିରି, ଭରତପୁର, ରସୁଲଗଡ଼, ଚନ୍ଦ୍ରଶେଖରପୁରରୁ ଜଣେ ଲେଖାଏ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ବିଡିଏ କଲୋନୀ, ବିଶ୍ୱେଶ୍ୱର ବସ୍ତି, ନୟାପଲ୍ଲୀରୁ ଜଣେ ଲେଖାଏଁ ଚିହ୍ନଟ ଓ ଏମଏଲଏ କଲୋନୀ, ମହାବୀର ବସ୍ତି, କୋଳଥିଆରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଗଣ୍ଡମୁଣ୍ଡା, ପାତ୍ରପଡ଼ା, କୋଳଥିଆ ଭରତପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ପୋଖରୀପୁଟ, ଜିଜିପି କଲୋନୀ, ଜଗନ୍ନାଥବିହାରରୁ ୨ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଘରୋଇ ହସ୍ପିଟାଲର ଜଣେ ୩୦ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛି ।

ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ବରରେ ମୋଟ ୪୬୨ ଜଣ ଚିକିତ୍ସାଧିନଥିବା ବେଳେ ୩୮୫ ଜଣ ସୁସ୍ଥ ହୋଇଛନ୍ତି ଓ ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories