www.samajalive.in
Sunday, December 14, 2025
16.1 C
Bhubaneswar

ରାଜଧାନୀରେ କମୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ୪୬ କରୋନା ପଜିଟିଭ ଚିହ୍ନଟ, ୬୮ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୪୬ ପଜିଟିଭଙ୍କ ମଧ୍ୟରୁ ୧୦ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୪୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯,୬୦୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୨ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୫୯୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories