www.samajalive.in
Friday, December 5, 2025
17.1 C
Bhubaneswar

ସନ୍ଧ୍ୟାରେ ଚାଲିବ ଅଦାଲତ

ଭୁବନେଶ୍ବର : ରାଜ୍ୟରେ ସନ୍ଧ୍ୟାରେ ଅଦାଲତ ଚାଲିବ। କେବଳ ଓଡ଼ିଶା ନୁହେଁ, ସାରା ଦେଶରେ ସନ୍ଧ୍ୟାରେ ଫାଷ୍ଟଟ୍ରାକ୍‌ ଅଦାଲତ ଚଳାଇବା ପାଇଁ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ସମ୍ପୂର୍ଣ୍ଣ ଭାବେ କେନ୍ଦ୍ରୀୟ ଅନୁଦାନରେ ଅଦାଲତ ପ୍ରତିଷ୍ଠା କରାଯିବ। ଏହି ଯୋଜନା ଲାଗୁ କରିବା ପୂର୍ବରୁ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ମତାମତ ଲୋଡ଼ିଥିଲେ। ଫାଷ୍ଟଟ୍ରାକ୍‌ ଅଦାଲତ ଗୁଡ଼ିକରେ ଅବସରପ୍ରାପ୍ତ ଜିଲା ବିଚାରପତିଙ୍କୁ ନିଯୁକ୍ତି ଦିଆଯିବ। ମାସିକ ଦରମା ନିର୍ଦ୍ଧାରଣ କରି ଚୁକ୍ତିଭିତ୍ତିରେ ତିନିବର୍ଷ ପାଇଁ ନିଯୁକ୍ତି ଦିଆଯିବ। ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ଦ୍ବାରା ରାଜ୍ୟରେ ବିଚାର ପ୍ରକ୍ରିୟାକୁ ଅଧିକ ତ୍ବରାନ୍ବିତ କରାଯାଇ ପାରିବ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories